Odia News Portal

ଓଡିଶା ଇଲେକ୍ରୋନିକ୍ସ ନିତୀକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ

ଓଡ଼ିଶା ଇଲେକ୍ଟ୍ରୋନିକ୍ସ ନୀତିକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ଓଡ଼ିଶା ଇଲେକ୍ଟ୍ରୋନିକ୍ସ ଶିଳ୍ପର ପ୍ରସାର ନିମନ୍ତେ ନୀତିକୁ ମିଳିଲା ମଞ୍ଜୁରୀ ମିଳିଛି। ପ୍ରଥମ ୧୦ଟି ନୂଆ ନିବେଶକୁ ମିଳିବ ଉତ୍ପାଦନ ଭିତ୍ତିକ ସହାୟତା। ସହାୟତା ବାବଦରେ ୫ ବର୍ଷ ଯାଏ ବାର୍ଷିକ କାରବାରର ୧% ମିଳିବ। ୟୁନିଟ୍‌ ଗୁଡ଼ିକୁ ପୁଞ୍ଜିନିବେଶ ଆଧାରରେ ୧୦ରୁ ୨୫୦ କୋଟି ଯାଏଁ ସହାୟତା ମିଳିବ। ଉଦ୍ୟୋଗୀଙ୍କୁ ବିଦ୍ୟୁତ ଶୁଳ୍କ ଓ ଇନ୍ସପେକ୍ସନ ଫି’ ୫ ବର୍ଷ ପର୍ଯ୍ୟନ୍ତ ଛାଡ଼ ହେବ। ଯୋଗ୍ୟ ଉଦ୍ୟୋଗୀଙ୍କୁ ବିଦ୍ୟୁତ ବିଲ୍‌ର ୩୦% ସର୍ବାଧିକ ୫୦ ଲକ୍ଷ ଯାଏଁ ରିହାତି ମିଳିବ। ଉଦ୍ୟୋଗୀଙ୍କୁ ଜମି କ୍ରୟ ସମୟରେ ଷ୍ଟାମ୍ପଡ୍ୟୁଟି ୧୦୦% ଛାଡ଼ କରାଯିବ। ଚାଷ ଜମିକୁ ଶିଳ୍ପ ଉପଯୋଗୀ କରିବାକୁ ହେଉଥିବା ଖର୍ଚ୍ଚର ୧୦୦% ଦିଆଯିବ।