Odia News Portal

ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୯ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃ୍ଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ୪୮ ଘଂଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବ । ଏହା ପଶ୍ଚିମ-ଉତର- ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।

ଆଜି ଆଦ୍ୟ ଅପରାହ୍ଣରେ ଏ ସଂକ୍ରାନ୍ତରେ ଟୁଇଟ୍‌ କରି ଭାରତୀୟ ପାଣିପାଗ ବିଭାଗ ଲେଖିଛି, ୨୦୨୧ ନଭେମ୍ବର ୨୯ ତାରିଖ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଗୋଟାଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ଏହା ତୀବ୍ରତର ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୯ ଓ ୩୦ ତାରିଖ ଦିନ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜ‌ର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।