Odia News Portal

ଶୀତ ଋତୁରେ ମେଥି ଶାଗର ଉପକାରିତା

ଶୀତଋତୁ ଆରମ୍ଭରୁ ବଜାରରେ ବିଭିନ୍ନ ପ୍ରକାର ତଟକା ପନିପରିବା ଦେଖିବାକୁ ମିଳେ । ଯାହା ସ୍ୱାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଉପକାରୀ ।ଶୀତ ଋତୁରେ ବଜାରରେ ସବୁଜ ପନିପରିବା ସହ ନାନା ରକମର ଶାଗ ମିଳିଥାଏ । ଏହା ମଧ୍ୟରେ ମେଥି ଶାଗ ଅନ୍ୟତମ । ମେଥିରେ ବହୁ ଔଷଧୀୟ ଗୁଣ ଭାରି ରହିଥାଏ ।ମେଥି ଶାଗ ଶୀତରେ ଶରୀରକୁ ଗରମ ରଖିଥାଏ । ମେଥିରେ, ପୋଟାସିୟମ, କ୍ୟାଲସିୟମ, ଲୌହ, ସେଲେନିୟମ, ମାଙ୍ଗାନିଜ ଏବଂ ମ୍ୟାଗନେସିୟମ ଭଳି ଖଣିଜ ପଦାର୍ଥ ରହିଛି । ମେଥିରେ ବହୁତ ଭିଟାମିନ ମଧ୍ୟ ରହିଛି ।

 ଆସନ୍ତୁ ଜାଣିବା ମେଥି ଶାଗର ଉପକାରୀ ଗୁଣ ସମ୍ପର୍କରେ

  ୧. ମେଥିରେ ପ୍ରୋଟିନ, ଫାଇବର, ପୋଟାସିୟମ, ଭିଟାମିନ-ସି ଏବଂ ଆଇରନ ରହିଛି ବୋଲି ଆମେ ପୂର୍ବରୁ ମଧ୍ୟ କହିଛୁ । ମେଥି ଖାଇବା ଦ୍ୱାରା ଚୁଟି ଉପୁଡିବା କମିଥାଏ ଏବଂ ଚୁଟିର ମୂଳ ମଧ୍ୟ ଶକ୍ତ ହୋଇଥାଏ ।

 ୨. ମଧୁମେହ ରୋଗୀଙ୍କ ପାଇଁ ଉଭୟ ମେଥି ଶାଗ ଏବଂ ମେଥି ଦାନ ବହୁତ ଲାଭଦାୟକ ଏଥିରେ ଏମିନୋ ଏସିଡ ରହିଛି ଯାହାକି ଇନସୁଲିନର ଉତ୍ପାଦନକୁ ବୃଦ୍ଧି କରିଥାଏ । ମେଥିରେ ଥିବା ଫାଇବର ବ୍ଲଡ଼ ସୁଗରକୁ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରିଥାଏ ।

 ୩.ମେଥି ଶାଗ ଗଣ୍ଠି ବାତ ବା ଗଣ୍ଠି ଜନିତ ରୋଗ ପାଇଁ ଲାଭଦାୟକ ଅଟେ । ମେଥି ମଞ୍ଜିରେ କ୍ୟାଲସିୟମ, ଆଇରନ ଏବଂ ଫସଫରସ ରହିଛି ଯେଉଁଥିପାଇଁ ଶରୀର ପୀଡାରୁ ମୁକ୍ତି ମିଳିଥାଏ । ଯେଉଁମାନଙ୍କ ଗଣ୍ଠି ରୋଗ ରହିଛି ସେମାନଙ୍କୁ ପ୍ରତିଦିନ ମେଥି ଶାଗ ଖାଇବା ଉଚିତ ।

 ୪.ଶରୀରରେ କୋଲେଷ୍ଟ୍ରୋଲ ମାତ୍ରା କମ କରିବାରେ ମେଥି ବହୁତ ଲାଭଦାୟକ ହୋଇଥାଏ । ଏଥିରେ ଲିପୋପ୍ରୋଟିନ ରହିଛି ଯାହା କୋଲେଷ୍ଟ୍ରୋଲର ମାତ୍ରା କମ କରିବାରେ ସାହାଯ୍ୟ କରିଥାଏ

 ୫. ମେଥି ଶାଗ କିମ୍ବା ମେଥି ଦାନା ହୃଦୟକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ । ଏଥିରେ ବହୁ ମାତ୍ରାରେ ପୋଟାସିୟମ ରହିଛି ଯାହାକି ରକ୍ତ ସଂଚାଳନକୁ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରିଥାଏ