Odia News Portal

ସ୍ମାର୍ଟ କାର୍ଡରେ ଯୋଡି ହେବ ଆଉ ୨ଟି ଜିଲ୍ଲା

ବିଜୁ ସ୍ମାର୍ଟ ହେଲଥ୍ କାର୍ଡ ଯୋଜନାରେ ଯୋଡି ହେବ ଆଉ ଦୁଇ ଜିଲ୍ଲା । ଆଜି ସୋନପୁର ଓ ବୌଦ୍ଧ ଜିଲ୍ଲାର ହିତାଧିକାରୀଙ୍କୁ ନୂଆ ସ୍ମାର୍ଟ ହେଲ୍ଥ କାର୍ଟ ବଂଟନ କରାଯିବ । ଏହା ସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଏହି ସ୍ମାର୍ଟ କାର୍ଡ ଜରିଆରେ ପରିବାରର ସବୁ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମିଳିପାରିବ । ଆଜିର କାର୍ଯ୍ୟକ୍ରମ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାରେ ୧,୫୩,୯୦୨ ଜଣ ହିତାଧିକାରୀ ସ୍ମାର୍ଟ କାର୍ଡ ପାଇବେ। ଏମାନଙ୍କ ମଧ୍ୟରୁ ୬ଟି ବ୍ଲକରେ ଗ୍ରାମାଞ୍ଚଳର ୧,୪୫,୧୫୭ ଜଣ ଏବଂ ତିନୋଟି ପୌରାଞ୍ଚଳରେ ୮, ୭୪୬ ଜଣ ହିତାଧିକାରୀ ଅଛନ୍ତି । ଏହି କାର୍ଡ ଦ୍ୱାରା ହିତାଧିକାରୀଙ୍କ ପରିବାରର ସବୁ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ସହାୟତା ରହିଥିବା ବେଳେ ମହିଳାଙ୍କ ପାଇଁ ବର୍ଷକୁ ୧୦ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ରହିଛି । ଏହି ଅବସରରେ ଜିଲ୍ଲାର ବିଭିନ୍ନ ବିଭାଗରେ ୭୯ କୋଟି ୨୨ଲକ୍ଷ ୧୩ ହଜାର ବ୍ୟୟ ଅଟକଳରେ ସମ୍ପୂର୍ଣ୍ଣ ହୋଇଥିବା ୬୭ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ ହେବ । ଆହୁରି ମଧ୍ୟ ୧୪୮,୦୪,୮୨୦୦୦ ଅଟକଳ ଥାଇ ୩୫ଗୋଟି ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହେବାକୁ ଥିବା ଏହିସବୁ ଜନକଲ୍ୟାଣକାରୀ ଯୋଜନାର ଆଭାସୀ ମାଧ୍ୟମରେ କାର୍ଯ୍ୟକ୍ରମ ରୂପାୟନ ସଭା ନୂତନ ଭାବରେ ୫,୩୪,୬୦୦୦ ଟଙ୍କା ବ୍ୟୟରେ ସହର ଉପକଣ୍ଠରେ ନିର୍ମିତ ଟାଉନ୍‌ ହଲଠାରେ ହେବ ।