Odia News Portal

କିଶୋରୀଙ୍କୁ କ୍ୟାନସରରୁ ରକ୍ଷା କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା

କିଶୋରୀଙ୍କୁ କ୍ୟାନସରରୁ ରକ୍ଷା କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଖୁବଶୀଘ୍ର କିଶୋରୀଙ୍କୁ କ୍ୟାନସର ସୁରକ୍ଷା କବଚ ବା ଟିକା ଦଆଯିବ । ୯ରୁ ୧୩ ବର୍ଷୀୟ ଝିଅଙ୍କୁ ଏହି ପ୍ରତିଷେଧକ ଟିକା ଦିଆଯିବ । ରାଜ୍ୟରେ ୧୦ ଜିଲ୍ଲାର ହାଇସ୍କୁଲ ଛାତ୍ରୀଙ୍କୁ ମାଗଣାରେ ହ୍ୟୁମାନ ପାପିଲୋମା ଭାଇରସ ଏଚପିଭି ଟିକା ଦେବା ପାଇଁ ଯୋଜନା ହୋଇଛି ।

ଜାତୀୟ ସ୍ୱାସ୍ଥ୍ୟ ମିଶନ ୨୦୨୨-୨୦୨୪ ଆଧାରରେ ଏହି ଟିକାକରଣ ଯୋଜନା ପାଇଁ ୧୦ କୋଟି ଟଙ୍କା ଅନୁମୋଦନ ହୋଇଛି । ଏହି ଟିକା ଜରାୟୁ କ୍ୟାନସରରୁ ସୁରକ୍ଷା ଦେବ ।

ପ୍ରଥମ ଡୋଜ ନେବାର ୬ ମାସରୁ ୧୨ ମାସ ଭିତରେ ଦ୍ୱିତୀୟ ଡୋଜ୍ ଦିଆଯିବ । ଏନଏଚଏମ ଅନୁମୋଦନ ପାଇବା ପରେ ତୁରନ୍ତ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨ ବର୍ଷ ଭିତରେ ୧୦ ଜିଲ୍ଲା ବଲାଙ୍ଗୀର, ଢେଙ୍କାନୀଳ, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଟିକା ଦିଆଯିବ । ଏହି ଭ୍ୟାକସିନ କ୍ୟାନସରରୁ ୯୨ ରୁ ୯୫ ପ୍ରତିଶତ ପର୍ଯ୍ୟନ୍ତ ସୁରକ୍ଷା ଦେଇଥାଏ ।