Odia News Portal

ବିନା କୋଭିଡ୍ ବାଧାରେ କାଳିଆ ଦର୍ଶନ

ପୁରୀ: ଆସନ୍ତାକାଲି ଠାରୁ ଶ୍ରୀମନ୍ଦିରରେ ବିନା କୋଭିଡ କଟକଣାରେ ଦର୍ଶନ ବ୍ୟବସ୍ଥା । ବିନା କରୋନା ରିପୋର୍ଟରେ ଭକ୍ତମାନ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ। ପ୍ରାୟ ୩୦ ହଜାର ଭକ୍ତ କାଳିଆ ଦର୍ଶନ କରିବେ । ଏଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପୁରୀ ଜିଲ୍ଲାପାଳ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ବ୍ୟାରିକେଡ ସ୍ଥାନ ବୁଲିକି ଦେଖିଛନ୍ତି ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ସମେତ ପୁରୀ ଏସ୍ପି, ଡିଆଇଜି ସମୀକ୍ଷା କରି କିଭଳି ଦର୍ଶନକୁ ସୁବ୍ୟବସ୍ଥିତ କରାଯାଇ ପାରିବ ସେ ଉପରେ ଆଲୋଚନା କରିଛନ୍ତି। ସୁରକ୍ଷିତ ଦର୍ଶନ ବ୍ୟବସ୍ଥା ନିମନ୍ତେ ପ୍ରାୟ ୨୬ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ କରାଯିବ ।

ସୂଚନାନୁଯାୟୀ, ଶ୍ରୀଜିଉଙ୍କୁ ଦର୍ଶନ ନିମନ୍ତେ ପୁରୀ ବାସିନ୍ଦାଙ୍କ ପାଇଁ ସକାଳ ୬ରୁ ୭ଟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯାଇଛି ।ତେବେ ସକାଳ ୭ଟା ପରେ ସାଧାରଣ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ। ଏଥିଲାଗି ସେବାୟତଙ୍କ ସହ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଥର୍ମାଲ ସ୍କାନିଂ ଏବଂ ସାନିଟାଇଜ୍ କରିବା ପରେ ସମସ୍ତ ଭକ୍ତ ଦର୍ଶନ କରିବା ପାଇଁ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଥର୍ମାଲ ସ୍କାନିଂରେ ଯାହାର ତାପମାତ୍ରା ୧୦୦ ଫାରାନାଇଟ ଉପରେ ରହିବ ସେମାନେ ଦର୍ଶନ ପାଇଁ ଯାଇପାରିବେ ନାହିଁ । ସେହିପରି ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକଙ୍କ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।