Odia News Portal

ରାଜ୍ୟରେ ଆଉ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୮୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, ଗଜପତି ଓକଳାହାଣ୍ଡିରୁ ୩ ଜଣ ଲେଖାଏଁ ରହିଥିବା ସମୟରେ ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।