Odia News Portal

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ବ୍ରହ୍ମପୁର: ଥମିବାର ନାଁ ଧରୁନି ଲଜ୍ଜା । ପୁଣି ଜଣେ ନାବାଳିକା ହୋଇଛନ୍ତି ଦୁଷ୍କର୍ମର ଶିକାର । ୫ମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ କରିଛି ନରରାକ୍ଷସ । ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଥିବା ବେଳେ ପିଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଅଭିଯୁକ୍ତକୁ ଗିରଫ କରି ପଚରାଉଚରା କରୁଛି ପୋଲିସ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି ।

ଛାତ୍ରୀ ଜଣକ ମା’ଙ୍କ ସହ ତାଙ୍କର ଜଣେ ସମ୍ପର୍କୀୟଙ୍କୁ ଘରକୁ ଯାଇଥିଲେ । ତେବେ ଯୌନପିପାଶୁ ଜଣକ ନାବାଳିକାଙ୍କ ଉପରେ ଲୋଲୁପ ଦୃଷ୍ଟି ପକାଇଥିଲା । ଆଉ ତାଙ୍କୁ ବିଲକୁ ନେଇଯାଇଥିଲା । ସେଠାରେ ଦୁଷ୍କର୍ମ କରିଥିଲା । ତେବେ ଏତିକିରେ ମନ ବୁଝିନଥିଲା ଯେ ଶେଷରେ ଜୀବନରୁ ମାରି ଦେବାକୁ ଉଦ୍ୟମ କରିଥିଲା । ସ୍ଥାନୀୟ ଲୋକେ ନାବାଳିକାଙ୍କୁ ଉଦ୍ଧାର କରି ପ୍ରଥମେ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।