Odia News Portal

୮ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟ ତଥା ଦେଶରେ ଦକ୍ଷିଣ-ପୂର୍ବ ମୌସୁମୀ ବାୟୁ ଫେରିବା ପ୍ରକ୍ରିୟା ଜାରି ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ବିଶେଷ କରି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର, ଗୋପାଳପୁର, ଦିଗପହଣ୍ଡି,ଛତ୍ରପୁର, ପୁରୁଷୋତ୍ତମପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ଏଥିସହିତ ଗଜପତି, ଖୋର୍ଦ୍ଧା, କନ୍ଧମାଳ, ଅନୁଗୁଳ, ନୟାଗଡ଼, ପୁରୀ, କୋରାପୁଟ ଓ କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ ହୋଇଛି । ଅପରପକ୍ଷରେ ଆସନ୍ତକାଲି ପର୍ଯ୍ୟନ୍ତ ଉପୂଳକ ଓଡ଼ିଶା ସମେତ କୋରାପୁଟ, ମାଲକାନଗିରି, କନ୍ଧମାଳ,ରାୟଗଡ଼ା, ବୌଦ୍ଧ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ସମ୍ଭାବନା ରହିଛି ।