Odia News Portal

ବିଧାୟକ ଆଦିତ୍ୟ ମାଢୀଙ୍କୁ କରୋନା

ଭୁବନେଶ୍ୱର() ପୁଣି ଜଣେ ରାଜନେତା କରୋନାରେ ଆକ୍ରାନ୍ତ ହୋଇଛନ୍ତି ।  ମାଲକାନଗିରି ବିଧାୟକ ଆଦିତ୍ୟ ମାଢୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।  ସେ କରୋନା ପଜିଟିଭ ଚିହ୍ନଟ ପରେ  ତାଙ୍କୁ ଏମସରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୨୯୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୪୭୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୫୭୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୫୬୭୭୭୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।