Odia News Portal

ପଂଚାୟତ ନିର୍ବାଚନରେ ୨୭% ଓବସି ପ୍ରାଥୀ ଦେବ ବିଜେଡି

ଭୁବନେଶ୍ୱର: ପଞ୍ଚଯାତ ନିର୍ବାଚନରେ ୨୭% ଓବସି ପ୍ରାଥୀ ଦେବା ବିଜେଡି । ପ୍ରେସମିଟରେ ଏନେଇ ସୂଚନା ଦେଲେ ରାଜା ସ୍ୱାଇଁ ଓ ଅରୁଣ ସାହୁ । ଯଦି ସମ୍ବିଧାନର ୧୨୭ତମ ସାମ୍ବିଧାନିକ ସଂଶୋଧନ କାର୍ଯ୍ୟକାରୀ ହୁଏ ତେବେ (୧୦୨ତମ ସାମ୍ବିଧାନିକ ସଂଶୋଧନ) ପୂର୍ବରୁ ଏବଂ ୦୨.୦୪.୧୯୯୩ (ଜାତୀୟ ପଛୁଆ ବର୍ଗ କମିଶନ-ଆଇନ୍) ପରେ ଯେପରି ରାଜ୍ୟଗୁଡିକ ସାମାଜିକ ଏବଂ ଶିକ୍ଷାଗତ ପଛୁଆବର୍ଗ ବର୍ଗ (SEBC) ତାଲିକା ପ୍ରସ୍ତୁତି କରୁଥିଲା ସେହିପରି କରିପାରିବେ ।

୧. ସମ୍ବିଧାନର ୧୦୨ତମ ସଂଶୋଧନ ମାଧ୍ୟମରେ ସମ୍ବିଧାନର ଅନୁଚ୍ଛେଦ 338A ପରେ 338B ଏବଂ ଅନୁଚ୍ଛେଦ 342 ପରେ 342A ( ଏହି ଦୁଇଟି ଅନୁଚ୍ଛେଦ) ସଂଯୋଗ କରାଯାଇଛି । ତତ୍ପରେ ସମ୍ବିଧାନର ୧୨୭ତମ ସଂଶୋଧନ ମାଧ୍ୟମରେ ଉପରୋକ୍ତ ଦୁଇଟି ଅନୁଚ୍ଛେଦରେ କେତେକ ପରିବର୍ତ୍ତନ କରାଯିବା ସଂଗେ ସଂଗେ ଅନୁଚ୍ଛେଦ ୩୬୬ରେ ମଧ୍ୟ ସାମାନ୍ୟ ପରିବର୍ତନ କରି SEBC ର ସଂଜ୍ଞା ଉଲ୍ଲେଖ କରାଯାଇଛି ।

୩. (କ) ରାଷ୍ଟ୍ରପତିଙ୍କ ଦ୍ଵାରା ଘୋଷିତ ଓବିସି ତାଲିକା ଅନୁସାରେ ସରକାରୀ ୠକିରୀ ଓ ଅନ୍ୟାନ୍ୟ କ୍ଷେତ୍ରରେ ସଂରକ୍ଷଣ ପାଇଁ ବ୍ୟବସ୍ଥା ରହିଛି ।

(ଖ) ରାଜ୍ୟ ଗୁଡିକ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ (SEBC) ତାଲିକା ପ୍ରସ୍ତୁତି

କରୁଥିଲେ ଏବଂ ଏବେ ମଧ୍ୟ କରିପାରିବେ ।

୪. କେନ୍ଦ୍ରର ଓବିସି ତାଲିକା ଅନୁସାରେ ଅନ୍ୟାନ୍ୟ ପଛୁଆ ବର୍ଗର ପ୍ରାର୍ଥୀମାନେ କେନ୍ଦ୍ର ସରକାରଙ୍କ ଅଧ୍ଵନରେ ଥିବା ସରକାରୀ ୠକିରୀ ଏବଂ ଶିକ୍ଷାନୁଷ୍ଠାନମାନଙ୍କରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି । ସେହିପରି ରାଜ୍ୟର SEBC ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟସରକାରଙ୍କ ଅଧ୍ଵନରେ ଥିବା ସରକାରୀ ୠକିରୀରେ ସଂରକ୍ଷଣର ସୁବିଧା ପାଉଛନ୍ତି ।

୫. ରାଜ୍ୟ ପଛୁଆ ବର୍ଗ କମିଶନ ଆଇନ୍ ବଳରେ ରାଜ୍ୟ ସରକାର ଋହିଁଲେ କୌଣସି ଯୋଗ୍ୟ ଜାତିକୁ SEBC ତାଲିକାରେ ଅନ୍ତର୍ଭୁକ୍ତ କରିପାରୁଛନ୍ତି । ଏ ପର୍ଯ୍ୟନ୍ତ ରାଜ୍ୟର ୨୦୯ ଜାତି ଓ ଉପଜାତି SEBC ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି ।

୬. ଅନ୍ୟ ପକ୍ଷରେ ରାଜ୍ୟ ସରକାର କୌଣସି ଜାତିକୁ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବାପାଇଁ (NCBC) ଜାତୀୟ ପଛୁଆବର୍ଗ କମିଶନଙ୍କୁ ତଥ୍ୟ ସହିତ ଉପଯୁକ୍ତ ଦାବି ଉପସ୍ଥାପନ କରିବାକୁ ପଡିଥାଏ । ଯଦି ତାହା କେନ୍ଦ୍ର ସରକାରଙ୍କ ଦ୍ଵାରା ଅନୁମୋଦିତ ହୁଏ।
ତେବେ ସେହି ଜାତି ଓବିସି ତାଲିକାଭୁକ୍ତ ହୁଏ। ୧୧.୦୮.୨୦୧୮ ପୂର୍ବରୁ ଆମ ରାଜ୍ୟରେ ୨୦୦ଟି ଜାତି ଏବଂ ଉପଜାତି ଓବିସି ତାଲିକା ଅନ୍ତର୍ଭୁକ୍ତ ହୋଇଛି ।

୭. ପୂର୍ବଭଳି ରାଜ୍ୟଗୁଡିକ SEBC ତାଲିକା ପ୍ରସ୍ତୁତ ପାଇଁ ସମ୍ବିଧାନ ସଂଶୋଧନରେ ବ୍ୟବସ୍ଥା ଥିବାରୁ ଲୋକସଭାରେ କୌଣସି ବିରୋଧ ଦଳ ଏହାକୁ ବିରୋଧ କରିନାହାନ୍ତି । ହେଲେ ସଂରକ୍ଷଣରେ ଥିବା ୫୦% ସୀମାକୁ ଉଠାଇବାକୁ ସମସ୍ତ ବିରୋଧୂ ଦଳ କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖୁଛନ୍ତି ।

୮. ସଂରକ୍ଷଣ ସୀମା ୫୦% ସିମୀତ ଥିବାରୁ ଏବଂ ଆମ୍ଭ ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ସଂଖ୍ୟା ପ୍ରାୟ 39% ଥିବାରୁ SEBC ମାନଙ୍କୁ ମାତ୍ର 11.25 ପ୍ରତିଶତ ସଂରକ୍ଷଣ ମିଳୁଛି ।

୯. ରାଜ୍ୟ ସରକାରଙ୍କ SEBC ଆଇନ୍ ୨୦୦୮ରେ ସାମାଜିକ ଏବଂ ଶିକ୍ଷାଗତ ଅନଗ୍ରସର ବର୍ଗ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ରହିଛି । କିନ୍ତୁ, ବିଭିନ୍ନ ନ୍ୟାୟାଳୟର ଆଦେଶ ଦୃଷ୍ଟିରୁ ଉକ୍ତ ୨୭% ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇପାରୁ ନାହିଁ

୧୦. ଅନ୍ୟାନ୍ୟ ପଛୁଆ ବର୍ଗ ତଥା ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗଙ୍କ ସଠିକ୍ ପରିସଂଖ୍ୟନ ଅଭାବରୁ ସର୍ବୋଚ୍ଚ ନ୍ୟାୟାଳୟ ସଂରକ୍ଷଣ ସୀମାକୁ ୫୦% ମଧ୍ୟରେ ସିମୀତ ରଖୁବା ପାଇଁ ବାଧ୍ୟ କରୁଛନ୍ତି। ତେଣୁ ପଛୁଆବର୍ଗଙ୍କର ସଂଖ୍ୟାର ସଠିକ୍ ଆକଳନ ପାଇଁ ଜାତିଭିତ୍ତିକ ଜନଗଣନା କରାଗଲେ ତାହାକୁ ଭିତ୍ତିକରି ୫୦%ରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ନ୍ୟାୟାଳୟମାନେ କୌଣସି ଅଙ୍କୁଶ ଲଗାଇ ପାରିବେ ନାହିଁ ।

୧୧. ସାଂପ୍ରତିକ ସଂରକ୍ଷଣ ବ୍ୟବସ୍ଥାକୁ ଦୃଷ୍ଟିରେ ରଖ୍ ପଞ୍ଚାୟତରାଜ ସଂସ୍ଥାଗୁଡିକର ଆଗାମୀ ନିର୍ବାଚନ ପାଇଁ ଆବଶ୍ୟକ ସଂରକ୍ଷଣ ନିମନ୍ତେ ପ୍ରସ୍ତୁତି କରିବାକୁ ସରକାର ବିଗ୍‌ର କରୁଛନ୍ତି । ଯାହାକି ସଂପ୍ରତି ବିଭିନ୍ନ ନ୍ୟାୟାଳୟର ଅନ୍ତରୀଣ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାର ପରିସ୍ପୟକ ହେବା ସଙ୍ଗେ ସଙ୍ଗେ ଏକ ଚୁଡ଼ାନ୍ତ ନିର୍ଯ୍ୟାସ ନେବାରେ ସାହାଯ୍ୟ କରିବ ।

୧୨. ସରକାର କୌଣସି ଚୁଡ଼ାନ୍ତ ନିଷ୍ପରି ନେବାର ଅବ୍ୟବହିତ ପୂର୍ବରୁ ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଞ୍ଚାୟତିରାଜ ସଂସ୍କାର ଆଗାମୀ ତ୍ରିସ୍ତରୀୟ ନିର୍ବାଚନ ନିମନ୍ତେ SEBCଙ୍କ ପାଇଁ ଅତି କମ୍‌ରେ ୨୭% ଦଳୀୟ ପ୍ରାର୍ଥୀ ଘୋଷଣା କରିବା ପାଇଁ ଦଳ ନିଷ୍ପତ୍ତି ନେଇଛି।