Odia News Portal

ପଶ୍ଚିମବଙ୍ଗରେ ମମତା ବନାମ ମୋଦି

କୋଲକାତା: ପଶ୍ଚିମବଙ୍ଗରେ ନେତାଜୀଙ୍କ ଜୟନ୍ତୀଙ୍କୁ ନେଇ ଜୋର ଧରିଛି ରାଜନୀତି । ମୁହାଁମୁହିଁ ହୋଇଛନ୍ତି କେନ୍ଦ୍ର ଓ ପଶ୍ଚିମବଙ୍ଗ ସରକାର । ଜାନୁଆରୀ ୨୩ ତାରିଖରେ ନେତାଜୀ ଜୟନ୍ତୀକୁ ପରାକ୍ରମ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଛନ୍ତି ମୋଦି ସରକାର । କିନ୍ତୁ ପଶ୍ଚିମବଙ୍ଗ ସରକାର ଏହି ଦିନକୁ ପଶ୍ଚିମବଙ୍ଗରେ ଦେଶନାୟକ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଛନ୍ତି ।

ଶନିବାର ଦିନ ଦେଶରେ ନେତାଜୀ ସୁଭାଷ ବୋଷଙ୍କ ଜୟନ୍ତୀ ପାଳନ ହେବ । ଏହି ଦିନ ମମତା ବାନାର୍ଜୀ ଏକ ଶୋଭାଯାତ୍ରାରେ ବାହାରିବା ସହ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଭାଷଣ ଦେବେ । ଏପଟେ ଶନିବାର ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପଟେ ତାଙ୍କ ଗସ୍ତ ପୂର୍ବରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରି ଅଭିଭାଷଣ ରଖିବାକୁ ଯୋଜନା କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କେନ୍ଦ୍ରରେ ବିଜେପି ସରକାର ଗଠନ କରିବା ପରେ ପ୍ରଥମ ଥର ପାଇଁ ପଶ୍ଚିମବଙ୍ଗରେ ସୁବାଷ ବୋଷଙ୍କ ଜୟନ୍ତୀ ପାଳନ କରିବାକୁ ପହଞ୍ଚିବେ ମୋଦି ।