Odia News Portal

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଉପନିର୍ବାଚନ ପାଇଁ ଆଜିଠାରୁ ୧୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ । ମେ’ ୧୨ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ପରେ ୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ସୁଯୋଗ ରହିବ । ବ୍ରଜରାଜନଗର ଆସନରେ ଆସନ୍ତା ୩୧ ତାରିଖରେ ଭୋଟ ଗ୍ରହଣ ହେବ । ଜୁନ ୩ ତାରିଖରେ ଗଣତି ହେବ ।

ଏଥର ୨ଲକ୍ଷ ୧୪ ହଜାର ୨୬୧ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଗତ ନିର୍ବାଚନରେ ୨୫୭ଟି ବୁଥ୍ ଥିଲା। ବିଜେଡିର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି ।