Odia News Portal
soa advt

ଆଉ ୧୪ ମୁଣ୍ଡ ନେଲା କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର() ଆଜି ୬୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁରରୁ ୩, ଅନୁଗୁଳ, ଭୁବନେଶ୍ୱର, କଟକ, ଜଗତସିଂହପୁର, ନୂଆପଡା, ରାୟଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।