Odia News Portal

ରାଜ୍ୟରେ କମି କମି ଯାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ୭ ହଜାର ୪୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ଓଡିଶାରେ ୫ ହଜାର ୯୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩ ହଜାର ୪୧୯ ଜଣ ଚିହ୍ନଟ ହୋଇଥିବାବେଳେ ୨ ହଜାର ୪୮୨ ଜଣ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ରାଜ୍ୟରେ ୭୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଭାବରେ ରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୦୭୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧ ହଜାର ୪୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୯୩, ବାଲେଶ୍ୱରରୁ ୩୦୦, ବରଗଡ଼ରୁ ୧୦୨, ଭଦ୍ରକରୁ ୯୬, ବଲାଙ୍ଗୀରରୁ ୧୮୪, ବୌଦ୍ଧରୁ ୭୮, କଟକରୁ ୪୦୨, ଦେଓଗଡ଼ରୁ ୮୯, ଢେଙ୍କାନାଳରୁ ୭୩, ଗଜପତିରୁ ୬୯, ଗଞ୍ଜାମରୁ ୯୫, ଜଗତସିଂହପୁରରୁ ୮୨, ଯାଜପୁରରୁ ୧୯୧, ଝାରସୁଗୁଡ଼ାରୁ ୬୩, କଳାହାଣ୍ଡିରୁ ୧୬୮, କନ୍ଧମାଳରୁ ୮୬, କେନ୍ଦ୍ରାପଡ଼ାରୁ ୧୪୪, କେନ୍ଦୁଝରରୁ ୧୨୮, କୋରାପୁଟରୁ ୬୪, ମାଲକାନଗିରିରୁ ୫୫, ମୟୁରଭଞ୍ଜରୁ ୧୪୯, ନବରଙ୍ଗପୁରରୁ ୧୧୩, ନୟାଗଡ଼ରୁ ୧୮୦, ନୂଆପଡ଼ାରୁ ୧୮୯, ପୁରୀରୁ ୧୧୭, ରାୟଗଡ଼ାରୁ ୧୦୧, ସମ୍ବଲପୁରରୁ ୧୩୮, ସୋନପୁରରୁ ୮୬, ସୁନ୍ଦରଗଡ଼ରୁ ୫୪୫ ଓ ଷ୍ଟେଟ ପୁଲରୁ ୨୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।