Odia News Portal

ଆଜି ବି ଭୁବନେଶ୍ୱରରୁ ୩୪୨ କରୋନା ପଜିଟିଭ, ଜାଣନ୍ତୁ ସମ୍ପୁର୍ଣ୍ଣ ତଥ୍ୟ

ଭୁବନେଶ୍ବର()  ଆଜି ବି  ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୪୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୪ ଓ ସ୍ଥାନୀୟ ଅଞ୍ଚଳରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୪୨୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୮୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୦୫୨ ଜଣ ସୁସ୍ଥ ହୋଇଛନ୍ତି ଓ ୬୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୪୧୩୩ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।