Odia News Portal

ମଦ ନେଲା ୬ ଜୀବନ

ମଦ ନେଲା ୬ ଜୀବନ । ବିଷାକ୍ତ ମଦ ପିଇ ୬ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଭଦ୍ରକ ତିହିଡି ଥାନା ଦୌଲତପୁର ଓ ଯଶିପୁର ଗାଁରେ ଏହି ଘଟଣା ଘଟିଛି। ଏହାସହ ୩୦ ଗୁରୁତର ଅଛନ୍ତି । ସେମାନଙ୍କୁ ଭଦ୍ରକ ହସପିଟାଲରେ ଭର୍ତ୍ତି କରାଯାଇଛି। ଗାଁରେ ୨ଜଣ ଓ ବାଟରେ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ୩ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି।ଗତକାଲି ରାତିରେ ମଦ ପିଇବା ପରେ ସମସ୍ତେ ଅସୁସ୍ଥ ହୋଇପଡିଥିଲେ। ଏହାପରେ ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ତିହିଡି ଓ ପରେ ଭଦ୍ରକ ସ୍ଥାନାନ୍ତର କରାଯାଇଥିଲା । କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକେ ପୀରହାଟ ବଜାରରେ ଟାୟାର ଜାଳି ରାସ୍ତାରୋକ କରିଥିଲେ। ଫଳରେ ଭଦ୍ରକ-ଚାନ୍ଦବାଲି ରାସ୍ତାରେ ଗାଡି ଚଳାଚଳ ବନ୍ଦ ରହିଥିଲା । ସେପଟେ ଘଟଣାର ତଦନ୍ତ ଜାରି ରହିଛି। ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ ଚାଲିଛି। ମୃତଦେହ ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ୍ କାରଣ ଜଣାପଡିବ ବୋଲି ଜିଲ୍ଲାପାଳ କହିଛନ୍ତି।