Odia News Portal

ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି : ଟିକା ସଂଗ୍ରହ ପାଇଁ ଡକାଯିବ ଗ୍ଲୋବାଲ ଟେଣ୍ଡର

ଟିକା ସଂଗ୍ରହ ପାଇଁ ଡକାଯିବ ଗ୍ଲୋବାଲ ଟେଣ୍ଡର । ରାଜ୍ୟବାସୀଙ୍କୁ ଯେମିତି ଟିକା ସୁବିଧାରେ ଉପଲବ୍ଧ ହୋଇପାରିବ, ସେନେଇ ପଦକ୍ଷେପ ନେଇଛନ୍ତି ସରକାର । ଟିକା ସଂଗ୍ରହ କରିବା ପାଇଁ ଗ୍ଲୋବାଲ ଟେଣ୍ଡର ଡାକିବେ ରାଜ୍ୟ ସରକାର । ଗ୍ଲୋବାଲ ଟେଣ୍ଡର ଜାରି ପାଇଁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ତେବେ ଏନେଇ ଏକ ବୈଷୟିକ କମିଟି ଗଠନ କରାଯିବ । ଟିକା ଉପରୁ ସମସ୍ତ ଟିକସ ଉଠାଇବା ପାଇଁ କେନ୍ଦ୍ରକୁ ଦାବି ଜଣାଇଛି ରାଜ୍ୟ ।

ଟୀକା ଯେପରି ଓଡ଼ିଶାର ଲୋକ ସୁବିଧାରେ ପାଇପାରିବେ ସେଥିପାଇଁ ବିଶ୍ଵର ବିଭିନ୍ନ ଟୀକା କମ୍ପାନୀରୁ ଟୀକା ସଂଗ୍ରହ ପାଇଁ ପଦକ୍ଷେପ ନିଆଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶାବାସୀଙ୍କ ପାଇଁ ଟୀକା ସଂଗ୍ରହ ନିମନ୍ତେ ସର୍ବୋତ୍ତମ ଚେଷ୍ଟା କରିବା, ଟୀକା ଯୋଗାଣକୁ ସୁନିଶ୍ଚିତ କରି ରାଜ୍ୟବାସୀଙ୍କୁ ସୁରଷିତ ରଖିବା ଏବଂ ଶୀଘ୍ର ରାଜ୍ୟରେ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସକଲ୍ପବଦ୍ଧ ଥିବା କୁହାଯାଇଛି ।

ଟୀକା ଉପରୁ ସମସ୍ତ ପ୍ରକାର ଟିକସ ଉଠାଇ ଦେବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଜଣାଇଛନ୍ତି ।ଏହା ଫଳରେ ରାଜ୍ୟ ଅର୍ଥନୀତି ଉପରେ କମ୍ ଚାପ ପଡ଼ିବ ଏବଂ ସାର୍ବଜନୀନ ଟୀକାକରଣ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହା ବିଶେଷ ସହାୟକ ହେବ ।

କୋଭିଡ଼ ବିରୁଦ୍ଧରେ ଚାଲିଥିବା ଏ ଲଢ଼େଇ ଏକ ବହୁତ ଲମ୍ବା ଲଢ଼େଇ । ତେଣୁ କେନ୍ଦ୍ର ସରକାର ବିଭିନ୍ନ ସେସ୍ ଓ ସରଚାର୍ଯ ଜରିଆରେ ଆଦାୟ କରୁଥିବା ଅତିରିକ୍ତ ସମ୍ବଳ କୁ ରାଜ୍ୟ ମାନଙ୍କ ମଧ୍ୟ ରେ ଉପଯୁକ୍ତ ଭାବରେ ବଣ୍ଟନ କରାଯିବାର ଆବଶ୍ୟକତା ରହିଛି । ଏହି ଜଟିଳ ପରିସ୍ଥିତିରେ କୋଭିଡ଼ ଲଢ଼େଇ ରେ ରାଜ୍ୟ ମାନଙ୍କ ଅର୍ଥିକ ସ୍ଥିତିକୁ ମଜବୁତ କରିବାରେ ଏହା ଶକ୍ତି ଯୋଗାଇବ ।

ରାଜ୍ୟ ସରକାର ତାଙ୍କର ଉପଲବ୍ଧ ସମ୍ବଳର ବିନିଯୋଗ କରି କୋଭିଡ଼ ବିରୁଦ୍ଧରେ ଲଢ଼େଇ କୁ ଜୋରଦାର କରିବା ଏବଂ କୋଭିଡ଼ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇବା ପାଇଁ ତାଙ୍କର ଦୃଢ଼ ସକଳ୍ପର ପୁନଘୋଷଣା କରୁଛନ୍ତି