Odia News Portal

୨୬ରୁ ପୁଣି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୨୬ ତାରିଖ ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ୨୪ ଘଣ୍ଟା ପାଇଁ ରାଜ୍ୟର ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ସେପଟେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆସନ୍ତା କିଛି ପାଇଁ ପାଣିପାଗ ବିଭାଗ ସତର୍କ କରାଯାଇଛି । ଆସନ୍ତା କିଛି ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କନ୍ଧମାଳ, ବଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ କଟକରେ ପ୍ରବଳ ବର୍ଷା ହୋଇପାରେ ।