Odia News Portal

ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ୱର: ଆଇଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ରିଲିଭ କରାଯାଇଛି । କେନ୍ଦ୍ରରେ ଜାତୀୟ ଜାତୀୟ ଖାଦ୍ୟ ସୁରକ୍ଷା ମିଶନ ବା ଘୠଝଗର ଏମଡି ଭାବେ ପ୍ରମୋଦ ଦାୟିତ୍ୱ ତୁଲାଇବେ ।
ସେହିପରି ଜଳ ସମ୍ପଦ ସଚିବ ଅନୁ ଗର୍ଗଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ଡ.ମେହେର୍ଦ୍ଦା ରାଜ୍ୟପାଳଙ୍କ ସଚିବ ତଥା କମିଶନର ଭାବେ କାର୍ୟ୍ୟ କରିବା ସହିତ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ତଥା କମିଶନର ଭାବେ ଅତିରିକ୍ତି ଦାୟତ୍ୱ ମଧ୍ୟ ତୁଲାଉଥିଲେ । ଅନ୍ୟପଟେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ଆଇଏଏସ ଶାଶ୍ୱତ ମିଶ୍ରଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ସେ ଏବେ ଉଚ୍ଚଶିକ୍ଷା ବିଭାଗର ସଚିବ ଭାବେ କାର୍ୟ୍ୟ କରୁଛନ୍ତି ।