Odia News Portal

ସ୍ଥଗିତ ହେଲା ଚଳିତ ବର୍ଷର ଆଇପିଏଲ

ନୂଆଦିଲ୍ଲୀ: ସ୍ଥଗିତ ରହିଲା ଚଳିତ ବର୍ଷର ଆଇପିଏଲ । ବିଭିନ୍ନ ଦଳର ଖେଳାଳି ପଜିଟିଭ୍ ଚିହ୍ନଟ ହେବା ପରେ ଆଇପିଏଲକୁ ବାତିଲ କରାଯାଇଛି । ଏନେଇ ବିସିସିଆଇ ଉପସଭାପତି ସୂଚନା ଦେଇଛନ୍ତି ।

ସୋମବାର କୋଲକାତା ନାଇଟ୍ ରାଇଡର୍ସର ଦୁଇ ଖେଳାଳି ବରୁଣ ଚକ୍ରବର୍ତ୍ତୀ ଓ ସନ୍ଦୀପ ଓ୍ଵାରିୟର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ସୋମବାର କେକେଆର ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବାକୁ ଥିବା ମୁକାବିଲା ସ୍ଥଗିତ ରଖା ଯାଇଥିଲା। ଏହା ବ୍ୟତୀତ ଚେନ୍ନାଇ ସୁପରକିଙ୍ଗ୍ସର ତିନି ସଦସ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍ ପୂର୍ବରୁ ହାଇଦ୍ରାବାଦର ୨ ଖେଳାଳି ପଜିଟିଭ୍ ଚିହ୍ନଟ ହୋଇଥିଲେ ।ବାରମ୍ବାର ଖେଳାଳି ଚିହ୍ନଟ ହେବାପରେ ଏହି ବଡ଼ ନିଷ୍ପତ୍ତି ନେଇଛି ବିସିସିଆଇ ।