Odia News Portal

ବର୍ଷିୟାନ ଅଭିନେତା ମିହିର ଦାସଙ୍କ ପରଲୋକ

ବରିଷ୍ଠ ଅଭିନେତା ମିହିର ଦାସଙ୍କ ପରଲୋକ । କିଛି ଦିନ ଧରି ଅସୁସ୍ଥତା କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତେବେ ମଙ୍ଗଳବାର ତାଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇଯାଇଥିଲା । ଡାକ୍ତରଙ୍କ ସମସ୍ତ ଚେଷ୍ଟା ପରେ ବି ତାଙ୍କୁ ବଞ୍ଚାଇବା ସମ୍ଭବପର ହୋଇନାହିଁ । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା।

ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ସେ ପ୍ରାୟ ୧୫୦ଟିରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ତାଙ୍କ ଅଭିନୀତ ଲୋକପ୍ରିୟ ଚଳଚ୍ଚିତ୍ର ମଧ୍ୟରେ ‘ଲକ୍ଷ୍ମୀ ପ୍ରତିମା’, ‘ପୁଅ ମୋର ଭୋଳା ଶଙ୍କର’,‘ଟାର୍ଗେଟ୍’, ‘ଗୁଣ୍ଡା’, ‘ମାଇଁ ଲଭ୍ ଷ୍ଟୋରୀ’, ‘ପହିଲି ରାଜା’, ‘ଚୋରି ଚାରି ମନ ଚୋରି’, ‘ବାଜି’, ‘ଧଉଳି ଏକ୍ସପ୍ରେସ୍’ ଅନ୍ୟତମ । ଅଭିନୟ ପାଇଁ ଏକାଧିକ ପୁରସ୍କାର ପାଇଛନ୍ତି ସେ । ୧୯୯୯ରେ ‘ବିଧାତା’ ଓ ୨୦୦୫ରେ ‘ଫେରିଆ ମୋ’ ସୁନା ଭଉଣୀ’ ଚଳଚ୍ଚିତ୍ର ପାଇଁ ତାଙ୍କୁ ଶ୍ରେଷ୍ଠ କଳାକାର ସମ୍ମାନ ମିଳିଥିଲା । ତାଙ୍କ ମୃତ୍ୟୁରେ ସବୁଆଡେ ଶୋକର ଛାୟା ଖେଳିଯାଇଛି