Odia News Portal

୨୨ ତାରିଖରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ବାରିପଦା: ମୟୂରଭଞ୍ଜ ପାଇଁ ମିଶନ୍ ସ୍ମାର୍ଟକାର୍ଡ । ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୬ଲକ୍ଷ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯିବ । ହସପିଟାଲରେ କେବଳ ସ୍ମାର୍ଟକାର୍ଡ ଦେଖାଇଲେ ମାଗଣା ଚିକିତ୍ସା ସୁବିଧା ମିଳିବ। ରାଜ୍ୟର ୯୬ ଦଶମିକ ୫ଲକ୍ଷ ପରିବାରକୁ କାର୍ଡ ମିଳିବାକୁ ଥିବା ବେଳେ ଏଥିରେ ସାଢ଼େ ତିନି କୋଟି ଲୋକ ଉପକୃତ ହେବେ। ରାଜ୍ୟ ଓ ରାଜ୍ୟ ବାହାରର ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ହିତାଧିକାରୀ ।

ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ । ଏଥିସହ ମୟୂରଭଞ୍ଜରେ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୨୧ଶହ ୫୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ୩୨୦କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ବିଜେଡି ସାଂଗଠନିକ ସଂପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜୋରଦାର ପ୍ରସ୍ତୁତି କରାଯାଉଛି ।