Odia News Portal

ନୂପୁର ଶର୍ମା ପ୍ରସଙ୍ଗକୁ ନେଇ ବିଧାନସଭାରେ ବିଜେପି କଂଗ୍ରେସ ମୁହାଁମୁହିଁ

ନୂପୁର ଶର୍ମା ପ୍ରସଙ୍ଗକୁ ନେଇ ବିଧାନସଭାରେ ବିଜେପି-କଂଗ୍ରେସ ମୁହାଁମୁହିଁ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର , ବିରୋଧୀ ଉପନେତା ବିଷ୍ଣୁ ସେଠୀ ମୁହାଁମୁହିଁ । ଉଭୟ ଦଳ ମୁହାଁ ମୁହିଁ । ଗୃହରେ ନିଜ ନିଜର ଆସନରେ ଛିଡ଼ା ହୋଇ ନାରବାଜି କରିଥିଲେ କଂଗ୍ରେସ ଓ ବିଜେପିର ସଦସ୍ୟ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରସଙ୍ଗ ଉଠାଇ ନିଜର ପ୍ରତିକ୍ରିୟା ରଖିଥିଲେ । ସେ କହିଛନ୍ତି ନୂପୁର ଶର୍ମା ବିଜେପି ଦଳର ମୁଖପାତ୍ର ଅର୍ଥାତ ପାର୍ଟିର ଏଜେଣ୍ଡ । ଗତକାଲି ସୁପ୍ରିମକୋର୍ଟ ତାଙ୍କୁ ଭର୍ତ୍ସନା କରିଛନ୍ତି । ପରୋକ୍ଷରେ ବିଜେପିକୁ ମଧ୍ୟ ଭର୍ତ୍ସନା କରିଛନ୍ତି । ତେଣୁ ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ତାଙ୍କ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ । ଏହାକୁ ନେଇ ଗୃହରେ ତମ୍ୱିତୋଫାନ ହୋଇଥିଲା । ପରିସ୍ଥିତି ଏମିତି ହୋଇଥିଲା ଯେ, ଗୃହ ମୁଲତବୀ କରିବାକୁ ବାଧ୍ୟ ହୋଇଥିଲେ ବାଚସ୍ପତି । ଏହାକୁ ଦୃଷ୍ଟିରେ ରଖି ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ କରାଯାଇଛି ।