Odia News Portal

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲ୍ଲାରୁ ୩ଜଣ,ପୁରୀ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।