Odia News Portal

ଆଉ ୧୧୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୧୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୦୭୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ ଚିହ୍ନଟ ହୋଇଛନ୍ତି |

ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୦୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୯୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।