Odia News Portal

ରାଜ୍ୟରେ ଆଉ ୧୩୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୪୪୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |

ସେହିଭଳି ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୪୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୪୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୫୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।