Odia News Portal

ରାଜ୍ୟରେ ଆଉ ୧୫୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ନୟାଗଡ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୮ଜଣ,ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |

ସେହିଭଳି ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୦୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୦୫୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।