Odia News Portal

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଉଛି କରୋନା

*ଆଜି ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୩୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜିର କରୋନା ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀରୁ ୨, ଗଞ୍ଜାମରୁ ୨ ଜଣ, ଖୋର୍ଧାରୁ ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ଅନୁଗୋଳ, ବଲାଙ୍ଗୀର, ଗଜପତି ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।