Odia News Portal

ରାଜ୍ୟରେ ଆଉ ୨୨୨ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୨ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୭୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୮ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ ଚିହ୍ନଟ ହୋଇଛନ୍ତି

କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ,ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୭୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୬୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।