Odia News Portal

ରାଜ୍ୟରେ ଆଉ ୨୪୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୪ କରୋନା ସଂକ୍ରମିତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୧୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ ଚିହ୍ନଟ ହୋଇଛନ୍ତି |

ସେହିଭଳି ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୯ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ସଂକ୍ରମିତ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୧୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୦୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।