Odia News Portal

ରାଜ୍ୟରେ ମହାମାରୀ ନେଲା ସର୍ବାଧିକ ୨୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା ତା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି ।ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ୨୪ ଘଣ୍ଟାରେ ୨୭ ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ୨୪୩୦ରେ ପହଞ୍ଚିଛି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୬୮ ହଜାର ୪୨୨କୁ ବୃଦ୍ଧି ପାଇଛି । । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ବରଗଡ଼ରୁ ଜଣେ, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, ଗଜପତିରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ ଜଣ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ୪ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୩ ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ୩ ଜଣ, ସୁବର୍ଣ୍ଣପୁରରୁ ଜଣେ ଏବଂ ସୁନ୍ଦରଗଡ଼ରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।