Odia News Portal

ରାଜ୍ୟରେ ଆଉ ୪ ଜଣଙ୍କର ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୨୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିମଧ୍ୟରୁ ୨୯୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୩୩୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ରାଜ୍ୟରେ ୧୮୫୭ ଜଣଙ୍କର ମୃତ୍ୟୁ କରୋନା କାରଣରୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ କାରଣରୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୭୯୯୯୫୨ଟି ସାମ୍ପୁଲ ଟେଷ୍ଟ୍ ହୋଇ ସାରିଛି ।