Odia News Portal

ରାଜ୍ୟରେ ଆଜି ୬୨୧୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୧୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୬୦୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ସେହିଭଳି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୫୦ ସଂକ୍ରମିତ ଚିହ୍ନଟ ହୋଇଥିବା ସମୟରେ ଅନୁଗୋଳରୁ ୧୭୩ ଆକ୍ରାନ୍ତ , ଦେବଗଡରୁ ୩୩, ଢେଙ୍କାନାଳରୁ ୧୬, ଗଜପତିରୁ ୪୭, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୮୫, ଝାରସୁଗୁଡାରୁ ୨୬୧, କଳାହାଣ୍ଡିରୁ ୬୮୨, କନ୍ଧମାଳରୁ ୩୪, କେନ୍ଦ୍ରାପଡାରୁ ୪୧, କେନ୍ଦୁଝରରୁ ୧୫୭, ବରଗଡରୁ ୨୬୮ ଜଣ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଭଦ୍ରକରୁ ୮୬, ବଲାଙ୍ଗୀରରୁ ୨୧୧, ବୌଦ୍ଧରୁ ୨୦, କଟକରୁ ୩୮୩,ନବରଙ୍ଗପୁରରୁ ୨୫୭, ନୟାଗଡରୁ ୮୨, ନୂଆପଡାରୁ ୪୪୬, କୋରାପୁଟରୁ ୫୮, ମାଲକାନଗିରିରୁ ୨୧, ମୟୂରଭଞ୍ଜରୁ ୧୧୫, ବାଲେଶ୍ୱରରୁ ୭୯,ପୁରୀରୁ ୩୦୬, ରାୟଗଡାରୁ ୭୦, ସମ୍ବଲପୁରରୁ ୨୬୩, ସୋନପୁରରୁ ୬୫ ଓ ସୁନ୍ଦରଗଡରୁ ୬୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।