Odia News Portal

ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କ ଜୀବନ ନେଇଛି କିଲର ଭାଇରସ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନା ଅନୁଯାୟୀ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ କଳାହାଣ୍ଡି, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୮୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୧୩୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୬୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।