Odia News Portal

ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ଏହି ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବାଲେଶ୍ବର, ବରଗଡ଼, ଭଦ୍ରକ, ବଲାଙ୍ଗୀର,ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୧୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୩୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୬୦୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୮୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।