Odia News Portal

ମାଲକାନଗିରରେ ମାଓବାଦୀ ଏନକାଉଣ୍ଟର

ମାଲକାନଗିରି: ମାଲକାନଗିରି ସୀମାରେ ପୋଲିସ ର ଏନକାଉଣ୍ଟର । ଏନକାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଛି । ମୃତ ମାଓବାଦୀ ମହୁପଦର ଏଲଓଏସ କମାଣ୍ଡର ମୁନି ବୋଲି ଜଣାପଡ଼ିଛି । ମୁନି ନାଁରେ ଥିଲା ୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା ।
ସୂଚନା ଅନୁସାରେ କଟେକଲ୍ୟାଣ ଥାନା ଅନ୍ତର୍ଗତ ଚିକପାଲ ଜଙ୍ଗଲରେ ଯବାନମାନେ କମ୍ବିଂ ଅପରେସନ କରୁଥିଲେ । ଏହି ସମୟରେ ମାଓବାଦୀମାନେ ଯବାନଙ୍କ ଉପରକୁ ଗୁଳିଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ଯବାନ । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏହି ଏନକାଉଣ୍ଟର ପରେ ଘଟଣାସ୍ଥଳରୁ ଗୋଟିଏ ୧୨ ବୋର ବନ୍ଧୁକ ସହ ବିପୁଳ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।