Odia News Portal

ଫେବୃୟାରୀ ୨୦ ରେ ହେବ ପଞ୍ଜାବ ନିର୍ବାଚନ

ଫେବୃଆରୀ ୧୪ ପରିବର୍ତ୍ତେ ଫେବୃଆରୀ ୨୦ରେ ହେବ ପଞ୍ଜାବ ବିଧାନସଭା ନିର୍ବାଚନ । ପୂର୍ବ ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ନିର୍ବାଚନ କମିଶନ । ପଞ୍ଜାବରେ ନିର୍ବାଚନ ତାରିଖ ଘୁଞ୍ଚାଇବା ଲାଗି ପଞ୍ଜାବ ସରକାର କେନ୍ଦ୍ର ନିର୍ବାଚନ କମିଶନଙ୍କୁ ଚିଠି ଲେଖିଥିଲେ । ନିର୍ବାଚନ ତାରିଖ ଘୁଞ୍ଚାଇବା ଲାଗି ଅଧିକାଂଶ ରାଜନୈତିକ ଦଳର ଅନୁରୋଧ କ୍ରମେ ନିର୍ବାଚନ କମିଶନଙ୍କ ବୈଠକ ବସିଥିଲା । ଶେଷରେ ନିର୍ବାଚନ ତାରିଖକୁ ଘୁଞ୍ଚାଇଛନ୍ତି କେନ୍ଦ୍ର ନିର୍ବାଚନ କମିଶନ ।ଗୁରୁ ରବିଦାସ ଜୟନ୍ତୀ ଅବସରରେ ନିର୍ବାଚନ ତାରିଖକୁ ଅତି କମରେ ୬ ଦିନ ଘୁଞ୍ଚାଇବା ଲାଗି ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ନିର୍ବାଚନ ଆୟୋଗଙ୍କ ନିକଟକୁ ପତ୍ର ଲେଖିଥିଲେ ।
ନିର୍ବାଚନ ତାରିଖ ଘୁଞ୍ଚାଇବା ଲାଗି ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଚନ୍ନୀ ନିର୍ବାଚନ ଆୟୋଗଙ୍କ ନିକଟକୁ ପତ୍ର ଲେଖିଥିଲେ । ପଞ୍ଜାବ ଆମ ଆଦମି ପାର୍ଟି ନେତା ଭଗବନ୍ତ ମନ୍ ମଧ୍ୟ ନିର୍ବାଚନ ଘୁଞ୍ଚାଇବା ଲାଗି କମିଶନଙ୍କ ନିକଟରେ ଅନୁରୋଧ କରିଥିଲେ । ଚିଠି ପାଇବା ପରେ ନିର୍ବାଚନ ଆୟୋଗ ଅଭିଯୋଗକୁ ବିଚାର ବିମର୍ଶ କରିଥିଲେ । ୧୪ ନୁହେଁ ଫେବୃଆରୀ ୨୦ରେ ହିଁ ବିଧାନସଭା ନିର୍ବାଚନ ହେବା ଲାଗି ଘୋଷଣା କରିଛନ୍ତି ।