Odia News Portal

ପୁଣି ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର()  ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୯ କିମ୍ବା ୩୦ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ସମ୍ଭାବ୍ୟ ଲଘୁଚାପ ପଶ୍ଚିମବଙ୍ଗ ପାଖ ଦେଇ ମିଅାଁମାର କିମ୍ବା ବାଂଲାଦେଶ ଆଡ଼କୁ ଗତି କରିପାରେ । ଓଡ଼ିଶାରେ ଏହା ପ୍ରଭାବରେ ଆସନ୍ତା ଅକ୍ଟୋବର ୩ ଓ ୪ ତାରିଖରେ ବର୍ଷା ସମ୍ଭାବନା ଅଛି । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ଏଭଳି ପୂର୍ବାନୁମାନ କରିଛନ୍ତି କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ର ନାଥ ପଶୁପାଳକ  ।

ଡକ୍ଟର ପଶୁପାଳକ କହିବାନୁଯାୟୀ ଏବେ ରାଜ୍ୟରେ ଲଗାଣ ବର୍ଷା ସମ୍ଭାବନା ନାହିଁ  । ୨୩ ତାରିଖରେ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି  । ୨୫ ଓ ୨୬ ତାରିଖରେ ପୁରୀ ଓ ଖୋର୍ଦ୍ଧାରେ ମଧ୍ୟମରୁ ଭାରି ବର୍ଷା ହୋଇପାରେ  । ବାକି ଉପକୂଳ ଅଞ୍ଚଳରେ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି  ।