Odia News Portal

ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଅନାବରଣ

ଝାରସୁଗୁଡ଼ା: ଆଜି ମୁକ୍ତି ସଂଗ୍ରାମର ମହାନାୟକ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ । ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଜୟନ୍ତୀ ଅବସରରେ ଝାରସୁଗୁଡ଼ା ବିମାନବନ୍ଦରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ଏହି ଅବସରରେ ମନ୍ତ୍ରୀ ନବ ଦାସ, ସାଂସଦ ସୁରେଶ ପୂଜାରୀ ପ୍ରମୁଖ ଉପସ୍ଥିତ ରହିଥିଲେ |ସେହିଭଳି କଟକ ଯାଇ ସୁବାଷ ବୋଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନକୁ ଯାଇ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟର୍ପଣ କରିଛନ୍ତି ।

ସେ କହିଛନ୍ତି, ଭାରତବର୍ଷର ଅଦ୍ୱିତୀୟ ଜନଜାୟକ ତଥା ଭାରତର ସ୍ୱତନ୍ତ୍ର ସଂଗ୍ରାମର ଅଗ୍ରଣୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ନିଜକୁ ଗୌରବାନ୍ୱିତ ମନେ କରୁଛି । ନେତାଜୀଙ୍କ ସଂଘର୍ଷ, ବଳିଦାନ, ତ୍ୟାଗର ଗାଥାକୁ ଆଗକୁ ନେବା ପାଇଁ ଚଳିତବର୍ଷ ଠାରୁ ନେତାଜୀଙ୍କ ଜୟନ୍ତୀକୁ ‘ପରାକ୍ରମ ଦିବସ’ ଭାବେ ପାଳନ କରିବା ପାଇଁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି । ଏହା ଫଳରେ ଆଗାମୀ ଶତାବ୍ଦି ଶତାବ୍ଦି ଯାଏ ନେତାଜୀଙ୍କ ସଂଘର୍ଷ, ତ୍ୟାଗ, ବଳିଦାନ ଓ ତାଙ୍କ ବିଚାରଧାରାକୁ ଲୋକମାନେ ପଢ଼ିବା ସହ ପ୍ରେରିତ ହେବେ ।

ଆଜି ଦୁଇ ବରପୁତ୍ରଙ୍କ ଜୟନ୍ତୀ, ନେତାଜୀ ସୁବାସ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହେଉଛି । ଓଡିଆ ଭାବେ, ସଂଗ୍ରାମୀ ଜାତି ଭାବେ ନେତାଜୀ ଓ ସୁରେନ୍ଦ୍ର ସାଏ ଦେଶମାତୃକାର ସେବା ପାଇଁ, ସ୍ୱାଭିମାନ ପାଇଁ କଣ ଦାୟିତ୍ୱ ନେଇଥିଲା, ତାହା ଆଜି ଆମ ସମସ୍ତଙ୍କୁ ଆହୁରି ପ୍ରେରିତ କରିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହା ସହିତ କେନ୍ଦ୍ରମନ୍ତ୍ରୀ ଓଡ଼ିଶାର ବିଶିଷ୍ଟ ସମାଜସେବୀ ସ୍ୱର୍ଗତ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କ କଟକ ସ୍ଥିତ ବାସଭବନରେ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଏକାନ୍ତ ନିଷ୍ଠା ଓ ପରିଶ୍ରମ ବଳରେ ସ୍ୱର୍ଗତ ରାଓ ସମାଜର ଅସହାୟ ବର୍ଗର ଲୋକଙ୍କୁ ସାହାଯ୍ୟ କରିବା ସହ ନିଜ ପ୍ରଚେଷ୍ଟାରେ ଛାତ୍ରଛାତ୍ରୀଙ୍କୁ ମାଗଣା ଶିକ୍ଷାଦାନ କରାଉଥିଲେ।