Odia News Portal

ଆଜି ଓଡିଶାରେ ପ୍ରବଳ ବର୍ଷା

୧୫ ପର୍ୟ୍ୟନ୍ତ ଓଡିଶାରେ ଜାରି ରହିବ ବର୍ଷା । ନିମ୍ନ ଚାପ ରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୁଆପଥର ମାଡ଼ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୫ତାରିଖ ସକାଳ ପର୍ୟ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା , ପୁରୀ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ଢେଙ୍କାନାଳ ଓ ମାଲକାନଗିରିକୁ ବଜ୍ରପାତ ଜନିତ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ଶୀତ ଲେଉଟିବ । ସ୍ୱାଭାବିକଠାରୁ ୨ରୁ ୩ଡିଗ୍ରୀ ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।