Odia News Portal

୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।ତେବେ ଏନେଇ ପାଣିପାଗ ବିଭାଗ ରାଜ୍ୟର ୧୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ପାଣିପାଗ ବିଭାଗର ସୂଚନା ମୁତାବକ ରାଜ୍ୟର ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ନୟାଗଡ, ଖୋର୍ଦ୍ଦା, ଗଞ୍ଜାମ, ସୋନପୁର, ସମ୍ବଲପୁର, ଦେବଗଡ, ଓ ସୁନ୍ଦରଗଡ ଜିଲ୍ଲାରେ ଆଜି କାଳ ବୈଶାଖିର ସମ୍ଭାବନା ରହିଛି ।

ତେବେ କାଳ ବୈଶାଖି ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ହେବା ସହ ବର୍ଷା ଓ ଘଡ ଘଡିର ସୂଚନା ଦେଇଛି ପାଣିପାଗ ବିଭାଗ । ଏହାସହ ରାଜ୍ୟର ଅନ୍ୟ ଜିଲ୍ଲା ମାନଙ୍କରେ ଆକାଶ ମେଘାଛନ୍ନ ରହିବ । ଆଜି ରେକର୍ଡ କରାଯାଇଥିବା ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରୀ ରହିଥିବା ବେଳେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ରହିଛି ।