Odia News Portal

ପୁଲଓ୍ୱାମାରେ ପୁଣି ଆତଙ୍କୀ ହମଲା

ଜମ୍ମୁ କଶ୍ମୀରର ପୁଲଓ୍ୱାମାରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବାବେଳେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।
ଆତଙ୍କବାଦୀ ଲୁଚିଥିବା ଖବର ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ସେନା । ଲୁଚିଥିବା ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳିମାଡ କରିଥିଲେ । ଜବାବରେ ପାଲଟା ଗୁଳିମାଡ କରିଥିଲେ ଯବାନ । ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଥିବା ସୂଚନା ରହିଛି। ଏଥିସହ ୨ ଜଣ ଯବାନ ଓ ଜଣେ ସାଧାରଣ ନାଗରିକ ଆହତ ହୋଇଥିବା ସୂଚନା ରହିଛି।ତେବେ ସୁରକ୍ଷା ଦୃଷ୍ଟିରୁ ସମ୍ପୂର୍ଣ୍ଣ ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି ।