Odia News Portal

ମାହାଙ୍ଗାରେ ବୃହତ ପାନୀୟଜଳ ପ୍ରକଳ୍ପକୁ କ୍ୟାବିନେଟରେ ମଞ୍ଜୁରି

ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା । ସେହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ସେହି ସବୁ ଗୁରତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ । ସେ କହିଛନ୍ତି କ୍ୟାବିନେଟ ବୈଠକରେ ୨୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଫ୍ୟାକ୍ଟ୍ରି ଆକ୍ଟ- ୧୯୫୮ରେ କିଛି ସଂଶୋଧନ ମଧ୍ୟ କରାଯାଇଛି । ଏହି ଆକ୍ଟରେ ୱର୍କିଂ ଆୱାରକୁ ୧୧୫ ଘଣ୍ଟା କରିବାକୁ ନିଷ୍ପତ୍ତି ନିଆଯାଇଛି ।

ମାହାଙ୍ଗାରେ ବୃହତ ପାନୀୟଜଳ ପ୍ରକଳ୍ପକୁ କ୍ୟାବିନେଟର ମଞ୍ଜୁରି ମିଳିଛି । ପ୍ରକଳ୍ପ ପାଇଁ ୨୦୭ କୋଟିରୁ ଅଧିକ ଟଙ୍କା ବ୍ୟୟ ଅଟକଳ ହୋଇଛି । ପ୍ରକଳ୍ପ ଯୋଗୁଁ ୨୧୧ଟି ଗ୍ରାମର ଲୋକେ ଉପକୃତ ହେବେ । ଏହାସହ ୩ବର୍ଷ ଭିତରେ ପ୍ରତିଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ନେଇ ଲକ୍ଷ୍ୟ ରଖାଯାଇଛି । ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ସୂଚନା ଦିଆଯାଇଛି ।