Odia News Portal

ଭୁବନେଶ୍ୱରରୁ ଆଉ ୩୦୬ କରୋନା ପଜିଟିଭ, ୧୮୩ ଲୋକାଲ କେସ

ଭୁବନେଶ୍ୱର() ଆଜି ବି ଭୁବନେଶ୍ୱରରୁ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୦୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୮୩ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୫୦୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।


ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୮୮୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୯୪୨ ଜଣ ସୁସ୍ଥ ହୋଇଛନ୍ତି ଓ ୬୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୮୭୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।