Odia News Portal

ଆଜି ୪୮୦ ପଜିଟିଭ୍, ୬ ମୃତ

ଭୁବନେଶ୍ବର() ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୮୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୫୮୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଆଜି ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଭୁବନେଶ୍ୱର, ଝାରସୁଗୁଡା ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।