Odia News Portal

ଏହିସବୁ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର()  ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା । ଲଘୁଚାପ ପ୍ରଭାବରେ ବଢିବ ବର୍ଷାର ପରିମାଣ । ପଶ୍ଚିମ ଓଡିଶାର ୭ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୭ ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡା ଏବଂ ଦେବଗଡ । ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ଏହି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଭୁସ୍ଖଳନ, ଅକସ୍ମାକ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମି ଯିବା, ଘର ଭୁଶୁଡିପଡିବା ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।