Odia News Portal

ପୁଣି ଆସୁଛି ଆଉ ଏକ ଲଘୁଚାପ, ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ୧୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୦ତାରିଖ ଭିତରେ ଏହା ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୧୯ରୁ ୨୧ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଅକ୍ଟୋବର ୧୯ରୁ ୨୦ ତାରିଖ ମଧ୍ୟରେ ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୫ଟି ଜିଲ୍ଲା ମଧ୍ୟରେ ରହିଛି –ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି ।

ସେହିପରି ଅକ୍ଟୋବର ୨୦ରୁ ୨୧ ତାରିଖ ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ ଓ ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୨୦ରୁ ୨୧ ତାରିଖ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୨୧ରୁ ୨୨ ତାରିଖ ମଧ୍ୟରେ ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୯ଟି ଜିଲ୍ଲା ମଧ୍ୟରେ ରହିଛି ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ ଓ ଭଦ୍ରକ ।