Odia News Portal

ଅବପାତର ରୂପ ନେବ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ବର()  ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେବାର ସମ୍ଭାବନା ରହିଛି ।ଆନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ଓ୍ବେଲ୍‌ ମାର୍କଡ୍‌ରେ ପରିଣତ ହେବ । ପରବର୍ତ୍ତୀ ୨୪ଘଣ୍ଟାରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଏହା ଗତି କରିବ । ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଲଘୁଚାପ ପ୍ରଭାବରେ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷିବ । ଆଜି ଗଞ୍ଜାମ, ଗଜପତି, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶାରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।