Odia News Portal

ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର()  ୧୨ ଜିଲ୍ଲାରେ ଝଡ଼ବର୍ଷା ହେବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଜିଲ୍ଲା ଗୁଡ଼ିକ ହେଉଛି, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ବଲାଙ୍ଗିର, ଜଗତସିଂହପୁର, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ନୂଆପଡ଼ା ।

ଅନ୍ୟପକ୍ଷରେ ଆସନ୍ତା ୨୪ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି ।